ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍
ସ୍ୱାଧୀନତା ସଂଗ୍ରାମୀ     ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ

ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ବିମ୍ବାଧର

ମୁଦୁଲିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦେଶକୁ ସ୍ୱାଧୀନତା ଦେବାରେ ତାଙ୍କର

ଅତୁଳନୀୟ ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ

ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande