ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ
ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର     ମୁଦୁଲିଙ୍କ ବିୟୋଗରେ ରାଜ୍ୟପାଳଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ପରଲୋକ ଖବର ପାଇ ମୁଁ ଗଭୀରଭାବେ ଦୁଃଖିତ।

ରାଜ୍ୟପାଳ କହିଛନ୍ତି ଯେ, ସମାଜ

ଓ ଦେଶ ପ୍ରତି ତାଙ୍କର ତ୍ୟାଗ ଓ ନିସ୍ୱାର୍ଥ ସେବା ସର୍ବଦା ସ୍ମରଣୀୟ ହୋଇ ରହିବ ଏବଂ ଆଗାମୀ

ପିଢ଼ିକୁ ପ୍ରେରଣା ଯୋଗାଇବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande