
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା
ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ
କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଦେଶର
ସ୍ୱାଧୀନତା ସହ ଲୋକଙ୍କ ଅଧିକାର ସୁରକ୍ଷାରେ ତାଙ୍କର ତ୍ୟାଗ ଓ ସଂଗ୍ରାମ ସର୍ବଦା ସ୍ମରଣୀୟ
ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି
ମୋର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା