ଧର୍ମେନ୍ଦ୍ରଙ୍କୁ ମୋହନଙ୍କ ପ୍ରଶଂସା
- ଇସ୍ତଫା ଦେବା ନିଷ୍ପତି ତାଙ୍କ ଉଚ୍ଚ ନୀତିଆଦର୍ଶର ପରିଚାୟକ ଭୁବନେଶ୍ୱର, ୨୫ ଜୁଲାଇ (ହି.ସ)- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସା କରିଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସ ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖି
cm


- ଇସ୍ତଫା ଦେବା ନିଷ୍ପତି ତାଙ୍କ ଉଚ୍ଚ ନୀତିଆଦର୍ଶର ପରିଚାୟକ

ଭୁବନେଶ୍ୱର, ୨୫ ଜୁଲାଇ (ହି.ସ)- କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସା କରିଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସ ରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଭାବେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ 'ଜାତୀୟ ଶିକ୍ଷା ନୀତି (ଏନଇପି ୨୦୨୦)' ଭଳି ଐତିହାସିକ ନୀତିକୁ କାର୍ଯ୍ୟକାରୀ କରିବା ସହ ଦେଶର କୋଟି କୋଟି ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ସୁଦୃଢ଼ କରିବା ପାଇଁ ଶିକ୍ଷାରେ ଅନେକ ଗୁରୁତ୍ୱପୂର୍ଣ୍ଣ ସଂସ୍କାର ଆଣିଛନ୍ତି। ବୃହତର ସାମାଜିକ ହିତ ଓ ନୈତିକ ମୂଲ୍ୟବୋଧକୁ ପ୍ରାଥମିକତା ଦେଇ ପଦବୀରୁ ଇସ୍ତଫା ଦେବା ପାଇଁ ସେ ଗ୍ରହଣ କରିଥିବା ନିଷ୍ପତି ତାଙ୍କ ଉଚ୍ଚ ନୀତିଆଦର୍ଶର ପରିଚାୟକ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆଗାମୀ ଦିନରେ ତାଙ୍କର ଏହି କର୍ମମୟ ଯାତ୍ରା ଆହୁରି ଅଧିକ ସଫଳତା ଓ ପ୍ରତିଷ୍ଠା ଆଣିଦେବ ବୋଲି ଆମେ ସମସ୍ତେ ଦୃଢ଼ ବିଶ୍ୱାସୀ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande