ନିର୍ମାଣାଧୀନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ,
Unknown dead body found
ନିର୍ମାଣାଧୀନ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ,


ଝାରସୁଗୁଡ଼ା, ୨୫ ଜୁଲାଇ (ହି.ସ.)- ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଧରସାଢ଼ିପା ଏକତାଲି ଗ୍ରାମରେ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଶନିବାର ଉଦ୍ଧାର କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ଧରସାଢ଼ିପାରେ ଥିବା ରବି ଶଙ୍କର ଗୁପ୍ତା (୪୧)ଙ୍କର ଏକ ନିର୍ମାଣାଧୀନ ଘର ଭିତରୁ ଜଣେ ଅଜଣା ପୁରୁଷଙ୍କ ମୃତଦେହ ଫିତା ସାହାଯ୍ୟରେ ଫାସି ଲଗାଇଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା। ମୃତକଙ୍କ ନାମ ଓ ପରିଚୟ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହା ହତ୍ୟା ନା ଆତ୍ମହତ୍ୟା, ସେନେଇ ପୁଲିସ ବିଭିନ୍ନ ଦିଗରୁ ତଦନ୍ତ ଚଳାଇଛି।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande