ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.)- ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଅଗଷ୍ଟ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଆଗାମୀ ୨ ଦିନ ମଧ୍ୟରେ କେତେକ ସ୍ଥାନରେ ପବ
ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.)- ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଅଗଷ୍ଟ ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଆଗାମୀ ୨ ଦିନ ମଧ୍ୟରେ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. କିମ୍ବା ୬୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande