ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(ଅନୁଗୁ
ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୬ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ୧୮ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଭୀଷଣ ବର୍ଷା ନେଇ ୬ ଜିଲ୍ଲା(ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା, ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା ଏବଂ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande