
ଭୁବନେଶ୍ୱର, 26 ଜୁଲାଇ (ହି.ସ.)- ଗୋଦାବରୀଶ
ମିଶ୍ରଙ୍କ ଶ୍ରାଦ୍ଧ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ
କମ୍ଭମପତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିତ
ଓ ସମାଜ ସଂସ୍କାରକ ଗୋଦାବରୀଶ ମିଶ୍ରଙ୍କ ଶ୍ରାଦ୍ଧ ଦିବସ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
ରାଜ୍ୟପାଳ କହିଛନ୍ତି ଯେ, ସ୍ୱାଧୀନତା
ସଂଗ୍ରାମ, ଓଡ଼ିଆ
ଭାଷା, ସାହିତ୍ୟ, ଶିକ୍ଷା
ଓ ସମାଜ ସଂସ୍କାର କ୍ଷେତ୍ରରେ ତାଙ୍କର ଅମୂଲ୍ୟ ଅବଦାନ ସମାଜକୁ ସର୍ବଦା ପ୍ରେରଣା ଯୋଗାଉଥିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା