
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ
ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ।
ମୁଖ୍ୟମନ୍ତ୍ରୀ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର
ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଓଁ ଶାନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା