ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି ଜୁଏଲ ଓର
ପୂର୍ବତନ ମନ୍ତ୍ରୀ     ସୁଶାନ୍ତ ସିଂଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଓ ସାଂସଦଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଓ ପୂର୍ବତନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି ।

ଏନେଇ ସୋସିଆଲ

ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି ଜୁଏଲ ଓରାମ କହିଛନ୍ତି ଯେ, ବରିଷ୍ଠ ରାଜନେତା

ତଥା ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ

ଦୁଃଖିତ ।

ମହାପ୍ରଭୁ

ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ଶୋକ ସନ୍ତପ୍ତ

ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ।

ସେହିପରି ଧର୍ମେନ୍ଦ୍ର ପ୍ରଧାନ ଏକ ଶୋକ ବାର୍ତ୍ତା ଜାରି କରି

କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ

। ରାଜନୀତି କ୍ଷେତ୍ରରେ ତାଙ୍କର ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦ୍ଗତି

କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande