ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପାର୍ଥିବ ଶରୀରକୁ ଶଙ୍ଖଭବନରେ ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପାର୍ଥିବ ଶରୀରକୁ ଶଙ୍ଖଭବନରେ ଶେଷ ଦର୍ଶନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ କହିଛନ୍ତି ଯେ, ବିଜୁ ଜନତା ଦଳକୁ ମଜଭୁତ କରିବାରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ।
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପାର୍ଥିବ ଶରୀରକୁ ଶଙ୍ଖଭବନରେ     ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପାର୍ଥିବ ଶରୀରକୁ

ଶଙ୍ଖଭବନରେ ଶେଷ ଦର୍ଶନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

ଏହି ଅବସରରେ ନବୀନ କହିଛନ୍ତି ଯେ, ବିଜୁ ଜନତା ଦଳକୁ ମଜଭୁତ କରିବାରେ

ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ।

ସୋସିଆଲ

ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା

ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗରେ

ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ

ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା

କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା

ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande