
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ସୁଶାନ୍ତ ସିଂହଙ୍କ ଦେହାନ୍ତରେ ବିରୋଧୀ ଦଳ ନେତା ନବୀନ
ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ
ନେତାଙ୍କୁ ହରାଇଲା ବୋଲି ନବୀନ କହିଛନ୍ତି ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି ନବୀନ
କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟ ସୁଶାନ୍ତ ସିଂହଙ୍କ
ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ।
ତାଙ୍କ ବିୟୋଗରେ ଦଳ ଜଣେ ଦକ୍ଷ ସଙ୍ଗଠକ ତଥା ଲୋକପ୍ରିୟ ନେତାଙ୍କୁ
ହରାଇଲା। ବିଜୁ ଜନତା ଦଳକୁ ମଜଭୁତ କରିବା ସହ ଲୋକଙ୍କ ସେବାରେ ତାଙ୍କର କାର୍ଯ୍ୟ ସର୍ବଦା
ସ୍ମରଣୀୟ ରହିବ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ
ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା