ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକରେ ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି କେଭି ସିଂହଦେଓ କହିଛନ୍ତି ଯେ, ପୂର୍ବତନ
ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକରେ ଦୁଇ     ଉପମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 27 ଜୁଲାଇ (ହି.ସ.)- ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକରେ ରାଜ୍ୟର

ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କେଭି ସିଂହଦେଓ ଶୋକ ପ୍ରକାଶ କରିଛନ୍ତି

ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ଶୋକ ବାର୍ତ୍ତା ଜାରି କରି କେଭି

ସିଂହଦେଓ କହିଛନ୍ତି ଯେ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ ବିଷୟରେ ଜାଣି ଅତ୍ୟନ୍ତ

ଦୁଃଖିତ।

ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ଶାନ୍ତି କାମନା କରିବା ସହ

ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ ଶୋକ ବାର୍ତ୍ତା

ଜାରି କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ ଖବର ପାଇ ମୁଁ ଗଭୀର

ଦୁଃଖିତ ଓ ମର୍ମାହତ ।ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର

ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande