୮୦ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ: ୯.୧୫ରେ ପତାକା ଉତ୍ତୋଳନ
କେନ୍ଦୁଝର, 28 ଜୁଲାଇ (ହି.ସ.) ଆଗାମୀ ଜିଲ୍ଲାସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ ଠାରେ ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ନିଷ୍ପତି ଅନୁଯାୟୀ ଚଳିତ ବର୍ଷ ସ୍ୱାଧୀନତା
Indipendent day


କେନ୍ଦୁଝର, 28 ଜୁଲାଇ (ହି.ସ.)

ଆଗାମୀ ଜିଲ୍ଲାସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ ଠାରେ ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ନିଷ୍ପତି ଅନୁଯାୟୀ ଚଳିତ ବର୍ଷ ସ୍ୱାଧୀନତା ଦିବସ ପାଳନ ଉତ୍ସବ ଅବସରରେ ଉକ୍ତ ଦିନ ପ୍ରତ୍ୟୁଷରୁ ରାମଧୁନ ଗାନ କରାଯାଇ ସହର ପରିକ୍ରମା କରାଯିବ। ବିଭିନ୍ନ ଅନୁଷ୍ଠାନ ତଥା ସରକାରୀ ଓ ବେସରକାରୀ ଅନୁଷ୍ଠାନ ତଥା ଶିକ୍ଷାନୁଷ୍ଠାନ ମାନଙ୍କରେ ସକାଳ ୭:୦୦ ରୁ ୭:୩୦ ମଧ୍ୟରେ ଜାତୀୟ ପତାକା ଉତ୍ତୋଳନ କରାଯିବ। ଏହାପରେ ସକାଳ ୯:୧୫ ମିନିଟ୍ରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ସହ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିବେ। ସ୍ୱାଧୀନତା ଦିବସ ପାଳନ ଅବସରରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିସହିତ ସେହିଦିନ ସନ୍ଧ୍ୟାରେ କେନ୍ଦୁଝର ଅଡିଟରୀୟମ ହଲଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ନେଇ ସ୍ଥିର କରାଯାଇଛି।

ପ୍ରଶାସନିକ କ୍ଷେତ୍ରରେ ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ,ଆର.ଆଇ ପ୍ରଦୀପକୁମାର ଜେନା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀକାନ୍ତ ବେହେରାଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀ,ବୁଦ୍ଧିଜୀବୀ,ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।

ଏହି ବୈଠକକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ସାର୍ଥକ ଅଭିନନ୍ଦନ ରାୟ ପରିଚାଳନା କରିଥିଲେ ଏବଂ ବୈଠକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande