ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୮ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ଏବଂ ଅଗଷ୍ଟ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଅତ୍ୟଧିକ ଭୀଷଣ ବର୍ଷା
ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୨୮ ତାରିଖ ସକାଳ ଠାରୁ ଆସନ୍ତା ୩୦ ତାରିଖ ସକାଳ ଏବଂ ଅଗଷ୍ଟ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ୧୧ ଜିଲ୍ଲା(କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଅଗଷ୍ଟ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande