
ଭୁବନେଶ୍ୱର, ୨୮ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୮ ତାରିଖ ସକାଳ ଠାରୁ ଅଗଷ୍ଟ ୨ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା)କୁ ବାଦ୍ ଦେଲେ ଅନ୍ୟ ୨୭ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି., ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା, ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା, ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୧ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲା ଏବଂ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ