ଅଗ୍ନିଶମ କର୍ମଚାରୀଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୨୯ ଜୁଲାଇ (ହି.ସ)- କାର୍ଯ୍ୟରତ ଅବସ୍ଥାରେ ଏକ ଦୁର୍ଘଟଣାରେ ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି ଲ
rgt4


ଭୁବନେଶ୍ୱର, ୨୯ ଜୁଲାଇ (ହି.ସ)- କାର୍ଯ୍ୟରତ ଅବସ୍ଥାରେ ଏକ ଦୁର୍ଘଟଣାରେ ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ପୋଷ୍ଟ କରି ଲେଖିଛନ୍ତି ଅଗ୍ନିଶମ କର୍ମଚାରୀ ଚନ୍ଦନ ପଟ୍ଟନାୟକଙ୍କର କାର୍ଯ୍ୟରତ ଅବସ୍ଥାରେ ଏକ ଅଭାବନୀୟ ଦୁର୍ଘଟଣାରେ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ମର୍ମାହତ।

ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande