ମୁଚବାହାଲରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
Dead body found in road side
ମୁଚବାହାଲରେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ


ଝାରସୁଗୁଡା, ୩ ଜୁଲାଇ (ହି.ସ.)- ବେଲପାହାଡ ପୌରାଞ୍ଚଳ ଅନ୍ତର୍ଗତ ମୁଚବାହାଲ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖ ରାସ୍ତାରୁ ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଘଟଣାଟି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ମୃତକ ହେଲେ ଝାରଖଣ୍ଡର ଗୁମୁଲା ଗ୍ରାମର ସୁଜନ କୁମାର ମାହାତ (୩୯)। ସେ ଦୀର୍ଘ ପ୍ରାୟ ୨୦ ବର୍ଷ ଧରି ମୁଚବାହାଲ ଗ୍ରାମରେ ବସବାସ କରୁଥିଲେ ଏବଂ ଲଖନପୁର କୋଇଲାଖଣିର ଏକ ଘରୋଇ କମ୍ପାନୀରେ ଡ୍ରାଇଭର ଭାବେ କାର୍ଯ୍ୟରତ ଥିଲେ। ଶୁକ୍ରବାର ସକାଳେ ସ୍ଥାନୀୟ ଲୋକେ ସ୍ୱାସ୍ଥ୍ୟକେନ୍ଦ୍ର ସମ୍ମୁଖ ରାସ୍ତାରେ ସୁଜନଙ୍କ ମୃତଦେହ ପଡ଼ିଥିବା ଦେଖି ତୁରନ୍ତ ବେଲପାହାଡ ପୋଲିସକୁ ଖବର ଦେଇଥିଲେ। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ସାଇଣ୍ଟିଫିକ୍ ଟିମ୍ କୁ ମଧ୍ୟ ତଦନ୍ତରେ ସାମିଲ କରାଯାଇଛି। ମୃତଦେହର ଅବସ୍ଥା ଓ ପାରିପାର୍ଶ୍ୱିକ ପରିସ୍ଥିତିକୁ ଆଧାର କରି ପ୍ରାଥମିକ ତଦନ୍ତରେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ହତ୍ୟାର ପ୍ରକୃତ କାରଣ ଏବଂ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି। ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଉତ୍ତେଜନା ଓ ଚର୍ଚ୍ଚା ଜାରି ରହିଛି।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande