ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ଜୁଲାଇ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହି
ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ଜୁଲାଇ ୮ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା(କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ରେଡ୍ ୱାର୍ଣ୍ଣିଂ, ୯ ଜିଲ୍ଲା(ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ଅନ୍ୟ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେମି, ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୫ ଜିଲ୍ଲା(ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ, କନ୍ଧମାଳ)କୁ ରେଡ୍ ୱାର୍ଣ୍ଣିଂ, ୮ ଜିଲ୍ଲା(କେନ୍ଦୁଝର, ଢ଼େଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୮ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande