
ଭୁବନେଶ୍ୱର, ୩ ଜୁଲାଇ (ହି.ସ.)- ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ନିକଟବର୍ତୀ ଉତର ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ଏବେ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାଖାପାଖି ଅଂଚଳ ଉପରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି ଏବଂ ଦକ୍ଷିଣ-ପଶ୍ଚିମ ଦିଗକୁ ଉଚ୍ଚତା ସହିତ ଢଳି ରହିଛି । ଆଗାମୀ ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ