କାଲି ଡାକ୍ତରଙ୍କ ସହ ଆଲୋଚନା କରିବେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୩ ଜୁଲାଇ (ହି.ସ)- ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଛି। ଏହା ମଧ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ଆନ୍ଦୋଳନରତ ଡାକ୍ତରଙ୍କୁ ଆଲୋଚନା ପାଇଁ ଡାକିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓଡିଶା ମେଡିକାଲ ସର୍ଭିସ୍ ଆସୋସିଏସନ୍ (ଓମସା)କୁ ଆସନ୍ତାକାଲି (ଶ
କାଲି ଡାକ୍ତରଙ୍କ ସହ ଆଲୋଚନା କରିବେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, ୦୩ ଜୁଲାଇ (ହି.ସ)- ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଛି। ଏହା ମଧ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ଆନ୍ଦୋଳନରତ ଡାକ୍ତରଙ୍କୁ ଆଲୋଚନା ପାଇଁ ଡାକିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓଡିଶା ମେଡିକାଲ ସର୍ଭିସ୍ ଆସୋସିଏସନ୍ (ଓମସା)କୁ ଆସନ୍ତାକାଲି (ଶନିବାର) ଆଲୋଚନା ପାଇଁ କହିଛନ୍ତି। ଶନିବାର ଦିନ ୧୧ଟା ୩୦ରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଆଲୋଚନା ବୈଠକ ବସିବ । ଏ ନେଇ ଓମସାର ସଭାପତି କିଶୋର ଚନ୍ଦ୍ର ମିଶ୍ର ଓ ସାଧାରଣ ସମ୍ପାଦକ ସଂଜୀବ କୁମାର ପ୍ରଧାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଚିଠି ଲେଖିଛି। ଆନ୍ଦୋଳନ ବନ୍ଦ କରି ଆଲୋଚନାରେ ଯୋଗ ଦେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande