ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନର ସ୍ଵତନ୍ତ୍ର କ୍ୟାମ୍ପ
ଜୟପୁର, ୩୦ ଜୁଲାଇ (ହି.ସ.)- କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ତତ୍ଵାବଧାନରେ ଆଜି ଲମତାପୁଟ ବ୍ଲକର ମିଶନଶକ୍ତି ଗୃହ ପରିସରରେ ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା | ଉକ୍ତ କ୍ୟାମ୍ପରେ ମୋଟ ୧୧୭ ଜଣ ସୁରକ୍ଷା ଏ
ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ କୋରାପୁଟ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର କ୍ୟାମ୍ପ


ଜୟପୁର, ୩୦ ଜୁଲାଇ (ହି.ସ.)- କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ତତ୍ଵାବଧାନରେ ଆଜି ଲମତାପୁଟ ବ୍ଲକର ମିଶନଶକ୍ତି ଗୃହ ପରିସରରେ ପିତୃମାତୃହୀନ ଏବଂ ଏକକ ଅବିଭାବକ ଶିଶୁଙ୍କ ଉପଯୁକ୍ତ ଥଇଥାନ ନିମନ୍ତେ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା | ଉକ୍ତ କ୍ୟାମ୍ପରେ ମୋଟ ୧୧୭ ଜଣ ସୁରକ୍ଷା ଏବଂ ଯତ୍ନ ଆବଶ୍ୟକ କରୁଥିବା ଶିଶୁଙ୍କୁ ଜିଲ୍ଲା ଶିଶୁ ମଙ୍ଗଳ ସମିତି ନିକଟରେ ଉପସ୍ଥାପନା କରାଯାଇଥିଲା | ଶିଶୁମଙ୍ଗଳ ସମିତିର ତଦନ୍ତ ସମାପ୍ତ ପରେ ସେହି ଶିଶୁମାନଙ୍କୁ ସରକାରଙ୍କ ବିଭିନ୍ନ କଲ୍ୟାଣ ମୂଳକ ଯୋଜନାରେ ସାମିଲ କରାଯାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରି ସେମାନଙ୍କ ସର୍ବାଙ୍ଗୀନ ବିକାଶକୁ ସୁନିଶ୍ଚିତ କରାଯିବ | କୋରାପୁଟ ଜିଲ୍ଲା ମହିଳା ଓ ଶିଶୁ ବିକାଶ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, କୋରାପୁଟ ଏବଂ ଆଇସିଡିଏସ, ଲମତାପୁଟର ମିଳିତ ଆନୁକୂଲ୍ୟରେ ଉକ୍ତ କ୍ୟାମ୍ପର ଆୟୋଜନ କରାଯାଇଥିଲା | ଜିଲ୍ଲା ଶିଶୁ ମଙ୍ଗଳ ସମିତିର ଅଧକ୍ଷା ଡା. ଗାୟତ୍ରୀ ଦେବୀ ଏବଂ ସଦସ୍ୟା ଶ୍ରୀମତୀ ସୁସ୍ମିତା ରଥ ଏବଂ ଶ୍ରୀମତୀ ଶିବାନୀ ପାତ୍ର ଉପସ୍ଥିତ ରହି ଶିଶୁ ମାନଙ୍କ ଉପସ୍ଥାପନା ନେଇଥିଲେ | ଆଇସିଡିଏସ ସୁପରଭାଇଜର, ଜିଲ୍ଲାଶିଶୁ ସୁରକ୍ଷା ୟୁନିଟର କର୍ମକର୍ତ୍ତା, ଚାଇଲଡ ହେଲ୍ପ ଲାଇନ ର କର୍ମକର୍ତ୍ତା ଏବଂ ଅଙ୍ଗନବାଡି କର୍ମୀ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନାରେ ସହଯୋଗ କରିଥିଲେ |

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande