ଜମିକୁ ଯାଇ ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ନୂଆପଡ଼ା, ୩୦ ଜୁଲାଇ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ରାଣୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କୋଟାମାଲ ଗ୍ରାମର ସୁରେଶ ଶବର ନାମକ ଯୁବକ ଗତକାଲି ଜମିକୁ ଯାଇ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିନଥିଲା। ଆଜି ସକାଳେ ତାଙ୍କର ମୃ
Jubaksnka mrutadeh uddhar


ନୂଆପଡ଼ା, ୩୦ ଜୁଲାଇ (ହି.ସ.)- ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ରାଣୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ କୋଟାମାଲ ଗ୍ରାମର ସୁରେଶ ଶବର ନାମକ ଯୁବକ ଗତକାଲି ଜମିକୁ ଯାଇ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳିନଥିଲା। ଆଜି ସକାଳେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଥିବା ବେଳେ ଖବର ପାଇ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସୁରେଶ ଶବରଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ଅକାଳ ମୃତ୍ୟୁକୁ ନେଇ କୋଟାମାଲ ଗ୍ରାମ ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ହିନ୍ଦୁସ୍ଥାନ ସମାଚାର / ହେମନ୍ତ


 rajesh pande