
ଭୁବନେଶ୍ୱର, ୩୦ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୩୦ ତାରିଖ ସକାଳ ଠାରୁ ଅଗଷ୍ଟ ୨ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୩୧ ତାରିଖ ସକାଳ ଠାରୁ ୧ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ