
ଭୁବନେଶ୍ୱର, ୩୦ ଜୁଲାଇ (ହି.ସ) - ଆକାଶମାର୍ଗରୁ ହେଲିକପ୍ଟର ଯୋଗେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାର ବନ୍ୟାଂଚଳ ଏବଂ ଜଳବନ୍ଦୀ ଅଂଚଳ ପରିଦର୍ଶନ କରି ବିସ୍ତୃତ ସମୀକ୍ଷା କରିଛନ୍ତି । ମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ସ୍ୱତନ୍ତ୍ର ସହାୟତା ଆୟୁକ୍ତ (ଏସଆରସି) ରାଜେଶ ପ୍ରଭାକର ପାଟିଲ୍ ମଧ୍ୟ ଉପସ୍ଥିତ ରହି ବନ୍ୟାଂଚଳ ପରିଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଗୁରୁବାର ପୂର୍ବାହ୍ନରେ ବନ୍ୟାଂଚଳ ଗସ୍ତ ପୂର୍ବରୁ ଲୋକସେବା ଭବନଠାରେ ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ପର୍କରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା