କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ନୂଆଦିଲ୍ଲୀଠାରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟରେ ରେଳ ଭିତିଭୂମି
cm


ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ନୂଆଦିଲ୍ଲୀଠାରେ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଏହି ଅବସରରେ ରାଜ୍ୟରେ ରେଳ ଭିତିଭୂମିର ବିକାଶ, ନୂତନ ରେଳ ଲାଇନ୍ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ନେଇ ଉଭଭୟଙ୍କ ମଧ୍ୟରେ ସକରାତ୍ମକ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଆଂଚଳିକ ତଥା ଶିଳ୍ପାଂଚଳ ସଂଯୋଗୀକରଣକୁ ଅଧିକ କ୍ରିୟାଶୀଳ କରି ଆର୍ôଥକ ପ୍ରଗତିକୁ ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ। କେନ୍ଦ୍ର ସରକାରଙ୍କ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ନିରନ୍ତର ଆଗେଇ ଚାଲିଛୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande