
ନୂଆଦିଲ୍ଲୀ/ଭୁବନେଶ୍ୱର, ୩୧ ଜୁଲାଇ (ହି.ସ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ନୂଆଦିଲ୍ଲୀଠାରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।
ଏହି ଅବସରରେ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଏବଂ ସାମଗ୍ରିକ ବିକାଶ ସମ୍ପର୍କରେ ସକାରାତ୍ମକ ଆଲୋଚନା ହୋଇଥିଲା। କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଏକ ବିକଶିତ ଏବଂ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା