ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୧ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୩୧ ତାରିଖ ସକାଳ ଠାରୁ ଅଗଷ୍ଟ ୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା ଏବଂ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande