
ଭୁବନେଶ୍ୱର, ୩୧ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୮୪.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆରେ ୫୮.୦ ମି.ମି., ସାରସକଣାରେ ୪୨.୦ ମି.ମି., ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ୪୧.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟ ୩୮.୪ ମି.ମି., ଶାମାଖୁଂଟାରେ ୩୮.୦ ମି.ମି., କନ୍ଧମାଳ ଜିଲ୍ଲାର ଜି. ଉଦୟଗିରିରେ ୩୭.୬ ମି.ମି., ଚକାପାଦରେ ୩୧.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୩୦.୨ ମି.ମି., ବାଲିମୁଣ୍ଡଳିରେ ୨୮.୮ ମି.ମି., ବାଲେଶ୍ୱର ଜିଲ୍ଲାର ଖଇରାରେ ୨୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୨୭.୦ ମି.ମି. ଏବଂ ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୨୬.୫ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ