ମାତୃ ଓ ଶିଶୁ ସ୍ଵାସ୍ଥ୍ୟସେବାର ସୁଦୃଢ଼ୀକରଣ ପାଇଁ ଝାରସୁଗୁଡ଼ାରେ ପ୍ରାକ୍-ବିଡ୍ ବୈଠକ
Post meeting on mother and child welfare
Post meeting on


ଝାରସୁଗୁଡ଼ା, ୩୧ ଜୁଲାଇ (ହି.ସ.)- ଜିଲ୍ଲାରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟସେବାର ମାନ ବୃଦ୍ଧି ଏବଂ ଏହାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଏକ ପ୍ରାକ୍-ବିଡ୍ ବୈଠକ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ସଭାପତିତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଆଇଓଟି ଆଧାରିତ ଡିଜିଟାଲ ପ୍ରଣାଳୀ ଜରିଆରେ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ସଂସ୍ଥା ଚୟନ ପ୍ରକ୍ରିୟା ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଶକ୍ତି ପ୍ରସାଦ ପାଢ଼ୀଙ୍କ ସମେତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଆଡିସନାଲ ଡିଷ୍ଟ୍ରିକ୍ଟ ପବ୍ଲିକ ହେଲଥ ଅଫିସର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅର୍ଥ ଅଧିକାରୀ, ଆଇସିଡିଏସ ପ୍ରୋଗ୍ରାମ ଅଫିସର, ଏନଏଚଏମର ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର, ଜିଲ୍ଲା ଆକାଉଣ୍ଟସ ମ୍ୟାନେଜର, ଡିଏମଆରସିଏଚ ଏବଂ ଅନ୍ୟାନ୍ୟ ପ୍ରମୁଖ ବିଭାଗୀୟ କର୍ମଚାରୀମାନେ ଉପସ୍ଥିତ ଥିଲେ। ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ସିଷ୍ଟମ୍ ବ୍ୟବହାର କରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗର୍ଭବତୀ ମହିଳା ଏବଂ ଶିଶୁମାନଙ୍କ ପାଖରେ ସଠିକ୍ ସମୟରେ ଉନ୍ନତମାନର ସ୍ୱାସ୍ଥ୍ୟସେବା ପହଞ୍ଚାଇବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ସଂସ୍ଥା ଚୟନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ଫଳପ୍ରଦ କରିବା ପାଇଁ ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆବଶ୍ୟକୀୟ ଦିଗଦର୍ଶନ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande