
ସମ୍ବଲପୁର, ୩୧, ଜୁଲାଇ (ହି.ସ.) ଆସନ୍ତା ୧୫ ଅଗଷ୍ଟ ସ୍ୱାଧୀନତା ଦିବସ ପାଳନକୁ ଶୃଙ୍ଖଳିତ ଓ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ରେଢାଖୋଲ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପତାକା ଉତ୍ତୋଳନ, ପରେଡ଼, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ସୁରକ୍ଷା ବ୍ୟବସ୍ଥା ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।
ବୈଠକରେ ବିଭିନ୍ନ ବିଭାଗର ଅଧିକାରୀ, ପୋଲିସ ପ୍ରଶାସନର ପ୍ରତିନିଧି ଏବଂ ସାମାଜିକ ସଙ୍ଗଠନର ସଦସ୍ୟମାନେ ଯୋଗଦେଇ ନିଜ ନିଜ ଦାୟିତ୍ୱ ସମ୍ପର୍କରେ ମତ ରଖିଥିଲେ। ଶେଷରେ ଉପଜିଲ୍ଲାପାଳ ସମସ୍ତ ବିଭାଗକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ଶୈଳେଶ