ଆଜି ଡାକ୍ତରଙ୍କ ସହ ଆଲୋଚନା କରିବେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୪ ଜୁଲାଇ (ହି.ସ)- ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଛି । ଏହା ମଧ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ଆନ୍ଦୋଳନରତ ଡାକ୍ତରଙ୍କୁ ଆଲୋଚନା ପାଇଁ ଡାକିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓଡିଶା ମେଡିକାଲ ସର୍ଭିସ୍ ଆସୋସିଏସନ୍ (ଓମସା)କୁ ଆସନ୍ତାକାଲି
ଆଜି ଡାକ୍ତରଙ୍କ ସହ ଆଲୋଚନା କରିବେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, ୦୪ ଜୁଲାଇ (ହି.ସ)- ରାଜ୍ୟରେ ଡାକ୍ତରଙ୍କ ଆନ୍ଦୋଳନ ଯୋଗୁଁ ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଛି । ଏହା ମଧ୍ୟରେ ସ୍ୱାସ୍ଥ୍ୟମନ୍ତ୍ରୀ ଆନ୍ଦୋଳନରତ ଡାକ୍ତରଙ୍କୁ ଆଲୋଚନା ପାଇଁ ଡାକିଛନ୍ତି । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓଡିଶା ମେଡିକାଲ ସର୍ଭିସ୍ ଆସୋସିଏସନ୍ (ଓମସା)କୁ ଆସନ୍ତାକାଲି (ଶନିବାର) ଆଲୋଚନା ପାଇଁ କହିଛନ୍ତି । ଶନିବାର ଦିନ ୧୧ଟା ୩୦ରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଆଲୋଚନା ବୈଠକ ବସିବ । ଏ ନେଇ ଓମସାର ସଭାପତି କିଶୋର ଚନ୍ଦ୍ର ମିଶ୍ର ଓ ସାଧାରଣ ସମ୍ପାଦକ ସଂଜୀବ କୁମାର ପ୍ରଧାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଚିଠି ଲେଖିଛି । ଆନ୍ଦୋଳନ ବନ୍ଦ କରି ଆଲୋଚନାରେ ଯୋଗ ଦେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande