
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.) ଆଜି ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ । ମୁଖ୍ୟମନ୍ତ୍ରୀ ବନ୍ୟା ପ୍ରଭାବିତ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ସ୍ଥିତି ସମୀକ୍ଷା କରିବେ। ଦିନ ୧୦ଟାରେ ଆକାଶ ମାର୍ଗରୁ ପ୍ରଭାବିତ ଅଂଚଳର ସର୍ଭେ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ଉପସ୍ଥିତ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ