

ସମ୍ବଲପୁର, ୧ ଅଗଷ୍ଟ (ହି.ସ.)- ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୨ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୧୫ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୭ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୨୫.୨୧ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୪ ହଜାର ୭୭୩ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୨୨ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୩ ଲକ୍ଷ ୮୬ ହଜାର ୪୨୧ କ୍ୟୁସେକ୍ ବନ୍ୟାଜଳ ନିଷ୍କାସନ ହେଉଛି ।
ସେହିପରି ଗତ ୨୪ ଘଂଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ହାରାହାରି ୨.୧୨ ମି.ମି. ଏବଂ ତଳ ମୁଣ୍ଡରେ ହାରାହାରି ୦.୨୯ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ