
ଭୁବନେଶ୍ୱର, 01 ଅଗଷ୍ଟ (ହି.ସ.)- ଲୋକମାନ୍ୟ ବାଳ
ଗଙ୍ଗାଧର ତିଳକଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜ
ସଂସ୍କାରକ ଲୋକମାନ୍ୟ ବାଳ ଗଙ୍ଗାଧର ତିଳକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
। ଦେଶପ୍ରେମ ଓ ଜାତୀୟ ଏକତା ପାଇଁ ତାଙ୍କ ଆଦର୍ଶ ସର୍ବଦା ଆମକୁ ପ୍ରେରଣା ଯୋଗାଇବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା