ବାସୁଦେବପୁରଙ୍କ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି
ଭଦ୍ରକ, ୧୦ ଅଗଷ୍ଟ (ହି.ସ.) - ଏହି ଜିଲାର ବାସୁଦେବପୁର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୩୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୨୭୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୭୬ଟି ଗ୍
BASUDEVPUR COLLECTOR GRIEVANCE


ଭଦ୍ରକ, ୧୦ ଅଗଷ୍ଟ (ହି.ସ.) - ଏହି ଜିଲାର ବାସୁଦେବପୁର ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳକଂ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୩୬୩ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୨୭୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୭୬ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୯ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୬୬ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୯ଜଣ ଅଭିଯୋଗକାରୀଙ୍କୁ ମୋଟ ୧୯,୫୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଅତିରିକ୍ତ ଜ଼ିଲ୍ଲାପାଳ ସରୋଜ ଦତ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଜ଼ିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ , ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ବାସୁଦେବପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ତନ୍ମିତ। କର, ତହସିଲଦାର ପ୍ରିୟବ୍ରତ ଦାସ , ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ବିଶ୍ୱାଳ, ବାସୁଦେବପୁର ମୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ସୁଧାଂଶୁ ମୋହନ ସ୍ୱାଇଁ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande