ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ୬୩ଟି ଦରଖାସ୍ତ ଗ୍ରହଣ
ସୁବର୍ଣପୁର, ୧୦ ଅଗଷ୍ଟ (ହି.ସ.)- ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ : ୬୩ଟି ଦରଖାସ୍ତ ଗ୍ରହଣ


ସୁବର୍ଣପୁର, ୧୦ ଅଗଷ୍ଟ (ହି.ସ.)- ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ଯୋଗଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣିଥିଲେ। ସର୍ବମୋଟ ୬୩ଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରାଯାଇଥିଲା, ସେଥିମଧ୍ୟରୁ ୪୪ଟି ବ୍ୟକ୍ତିଗତ ଏବଂ ୧୯ଟି ସାମୂହିକ ଦରଖାସ୍ତ ଥିଲା ଏବଂ ୧ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଆସିଥିଲା। ସମସ୍ତ ଦରଖାସ୍ତଗୁଡ଼ିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କ ନିକଟକୁ ପ୍ରେରଣ କରାଯାଇଛି।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande