ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜା
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନୁରୂପ ଭାବେ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା (ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande