ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା : ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୮୦.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୮୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୭୭.୦ ମି.
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା : ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୮୦.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୦ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୮୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୭୭.୦ ମି.ମି., ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠା ୭୬.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୭୪.୦ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୬୪.୦ ମି.ମି., ମାଧବରିଡ଼ାରେ ୬୩.୪ ମି.ମି., କଟକ ଜିଲ୍ଲାର ଆଠଗଡ଼ରେ ୬୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଧରାକୋଟରେ ୫୬.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୫୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୫୪.୬ ମି.ମି., ପୁରୀ ଜିଲ୍ଲାର ପିପିଲିରେ ୫୦.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ୪୫.୦ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୪୪.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande