
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.)- ଝାରଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା
ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି
ପରିଡା କହିଛନ୍ତି ଯେ, ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନଜୀଙ୍କୁ ଜନ୍ମଦିନ
ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ଦୀର୍ଘାୟୁ, ଉତ୍ତମ ସ୍ୱାସ୍ଥ୍ୟ
ଏବଂ ସୁଖମୟ ଜୀବନ ପ୍ରଦାନ କରନ୍ତୁ—ଏହା ହିଁ ମୋର ପ୍ରାର୍ଥନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା