
ଭୁବନେଶ୍ୱର, 10 ଅଗଷ୍ଟ (ହି.ସ.) - ଭାରତ ରତ୍ନ ଭି.ଭି.ଗିରୀଙ୍କ ଜୟନ୍ତୀରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ
ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପୂର୍ବତନ ରାଷ୍ଟ୍ରପତି, ଭାରତ ରତ୍ନ
ଭି.ଭି.ଗିରୀଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଶ୍ରମିକଙ୍କ ଅଧିକାର ଏବଂ ସେମାନଙ୍କ
ସାମାଜିକ ସୁରକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସେ ଚିରସ୍ମରଣୀୟ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା