ସୁନାଖଳାରେ ବିଜେପି ସାଂଗଠନିକ ବୈଠକ: ତୃଣମୂଳସ୍ତରରେ ସଂଗଠନ ସୁଦୃଢ଼ କରିବା ଉପରେ ଗୁରୁତ୍ୱ
ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.) ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୁନାଖଳାଠାରେ ଆୟୋଜିତ ବୈଠକରେ ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ବିଜେପିର ବିଭିନ୍ନ ସାଂଗଠନିକ ପ୍ରସଙ୍ଗ ଓ ଆଗାମୀ କାର୍ଯ୍ୟଯୋଜନା ନେଇ ଆଲୋଚନା କରିଛନ୍ତି। ବୈଠକରେ ତୃଣମୂଳସ୍ତରରେ ଦଳୀୟ ସଂଗଠନକୁ ଆହୁରି ସ
ସୁନାଖଳାରେ ବିଜେପି ସାଂଗଠନିକ ବୈଠକ


ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.) ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୁନାଖଳାଠାରେ ଆୟୋଜିତ ବୈଠକରେ ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ବିଜେପିର ବିଭିନ୍ନ ସାଂଗଠନିକ ପ୍ରସଙ୍ଗ ଓ ଆଗାମୀ କାର୍ଯ୍ୟଯୋଜନା ନେଇ ଆଲୋଚନା କରିଛନ୍ତି।

ବୈଠକରେ ତୃଣମୂଳସ୍ତରରେ ଦଳୀୟ ସଂଗଠନକୁ ଆହୁରି ସୁଦୃଢ଼ ଓ ସଶକ୍ତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏଥିସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ଓ କାର୍ଯ୍ୟକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହ ସେଗୁଡ଼ିକର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବା ନେଇ ଆଲୋଚନା ହୋଇଥିଲା।

ମନ୍ତ୍ରୀଙ୍କ ସହ ବୈଠକରେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚିଲିକା ବ୍ଲକ ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ ଏବଂ ଚିଲିକା ବ୍ଲକ ସାଂସଦ ପ୍ରତିନିଧି ଦୀନବନ୍ଧୁ ସାହୁଙ୍କ ସମେତ ବିଭିନ୍ନ ମଣ୍ଡଳର ସଭାପତି ଓ ଦଳୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଆଗାମୀ ଦିନରେ ସଂଗଠନକୁ ଅଧିକ ସକ୍ରିୟ କରିବା ସହ ଜନସାଧାରଣଙ୍କ ସହ ଯୋଗାଯୋଗକୁ ଆହୁରି ମଜବୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande