
ଭୁବନେଶ୍ୱର, ୧୨ ଅଗଷ୍ଟ (ହି.ସ) - ବିଶିଷ୍ଟ ଚିତ୍ରଶିଳ୍ପୀ ତଥା ଓଡ଼ିଶା ଲଳିତ କଳା ଏକାଡେମୀର ପୂର୍ବତନ ସଭାପତି ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ଏକ ଶୋକବର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଓଡ଼ିଶାର କଳା ଜଗତକୁ ସମୃଦ୍ଧ କରିବାରେ ତାଙ୍କର ନିଷ୍ଠାପର ଅବଦାନ ସଦା ସ୍ମରଣୀୟ ରହିବ। ତାଙ୍କର ବିୟୋଗ ଓଡ଼ିଶାର ସଂସ୍କୃତି ଓ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା