
ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ଚିତାଲାଗି ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି ଦୁଇ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତି ପରିଡା ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଶ୍ରୀମନ୍ଦିରରେ
ମହାପ୍ରଭୁଙ୍କ ସ୍ବର୍ଣ୍ଣଚିତା ଲାଗି ତଥା ପବିତ୍ର ଚିତାଲାଗି ଅମାବାସ୍ୟା ବା ଚିତଉ ଅମାବାସ୍ୟାର
ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା l
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଏକ ବାର୍ତ୍ତା ଜାରି କହିଛନ୍ତି
ଯେ, ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା