
ଭୁବନେଶ୍ୱର, ୧୪ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୬ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୧୯ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ସୁନ୍ଦରଗଡ଼ ଜିଲ୍ଲାର ଲାଠିକଟାରେ ସର୍ବାଧିକ ୧୮୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର କୁସୁମିରେ ୧୪୪.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୧୨୯.୮ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ପାନପୋଷରେ ୧୨୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୧୧୯.୦ ମି.ମି., ସାରସକଣାରେ ୧୧୯.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୧୦୭.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ୧୦୨.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ମନ୍ଦିରା ଡ୍ୟାମ୍ ରେ ୧୦୦.୬ ମି.ମି., ସମ୍ବଲପୁର ଜିଲ୍ଲାର ନାକ୍ଟିଦେଉଳରେ ୧୦୦.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୯୯.୭ ମି.ମି., ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରେ ୯୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୯୦.୦ ମି.ମି., କେନ୍ଦୁଝର ଜିଲ୍ଲାର ଚମ୍ପୁଆରେ ୮୮.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବରଗାଁରେ ୮୮.୨ ମି.ମି., କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ୮୫.୧ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୮୨.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ