
ଭୁବନେଶ୍ୱର, 19 ଅଗଷ୍ଟ (ହି.ସ.)- ଗବେଷକ
ସତ୍ୟନାରାୟଣ ରାଜଗୁରୁଙ୍କ ଜୟନ୍ତୀରେ ତାଙ୍କୁ ନମନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
।
ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ
କହିଛନ୍ତି ଯେ, ବିଶିଷ୍ଟ ଐତିହାସିକ ତଥା ଗବେଷକ ସତ୍ୟନାରାୟଣ ରାଜଗୁରୁଙ୍କ ଜୟନ୍ତୀରେ ଭକ୍ତିପୂତ
ପ୍ରଣାମ । ଓଡ଼ିଶାର ଐତିହ୍ୟ ଓ ସଂସ୍କୃତିର ଅନ୍ୱେଷଣ ଏବଂ ସଂରକ୍ଷଣ କ୍ଷେତ୍ରରେ ତାଙ୍କର ଅବଦାନ
ସଦା ସର୍ବଦା ସ୍ମରଣୀୟ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା