ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼ ଏବଂ କନ୍ଧମାଳ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଭୀଷଣ ବର୍ଷା ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲା, ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା ଏବଂ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande