
ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବରଗଡ଼, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଜିଲ୍ଲା, ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ ୨୧ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ୧୮ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ