ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୧୦୮.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୧୦୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଢ଼େଙ୍କାନାଳ ଜିଲ୍ଲାର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୧୦୮.୪  ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨ ଅଗଷ୍ଟ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ ଅନ୍ୟ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୧୦୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୮୫.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୮୪.୦ ମି.ମି., ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ୬୮.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୬୫.୦ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୫୨.୧ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୪୪.୨ ମି.ମି., ଯାଜପୁର ଜିଲ୍ଲାର ସୁକିନ୍ଦାରେ ୪୨.୦ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୩୭.୬ ମି.ମି., ମାଲକାନଗିରି ଜିଲ୍ଲାର ପଡିଆରେ ୩୭.୦ ମି.ମି., ବରଗଡ଼ ଜିଲ୍ଲାର ଅମ୍ବାଭୋନାରେ ୩୫.୦ ମି.ମି., କନ୍ଧମାଳ ଜିଲ୍ଲାର ଖଜୁରିପଡାରେ ୩୧.୨ ମି.ମି. ଏବଂ ବଲାଙ୍ଗିର ଜିଲ୍ଲାର ସଇଁନ୍ତଳାରେ ୩୦.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande