
ଭୁବନେଶ୍ୱର, 02 ଅଗଷ୍ଟ (ହି.ସ.)- ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ସ୍ୱାସ୍ଥ୍ୟ
ସୁରକ୍ଷା ପାଇଁ କାର୍ଯ୍ୟ କରୁଥିବା ସ୍ୱାସ୍ଥ୍ୟକର୍ମୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ
ମହାଲିଙ୍ଗ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଯେ, ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ
ସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ନିଷ୍ଠାର ସହ କାର୍ଯ୍ୟ କରୁଥିବା ସମସ୍ତ ସ୍ୱାସ୍ଥ୍ୟ କର୍ମୀଙ୍କୁ
ହୃଦୟରୁ ଧନ୍ୟବାଦ। ଏହି ସମୟରେ ଗର୍ଭବତୀ ମା’, ଶିଶୁ, ବୟସ୍କ ଓ ଅସହାୟ ବ୍ୟକ୍ତିମାନଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବାରେ ଆପଣମାନଙ୍କ
ଅବଦାନ ଅତ୍ୟନ୍ତ ପ୍ରଶଂସନୀୟ। ଆପଣମାନଙ୍କର ସେବାଭାବ, ସମର୍ପଣ ଓ ମାନବିକତା ପ୍ରତି
ଗଭୀର କୃତଜ୍ଞତା ଜଣାଉଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା